Bikash Khabar
ପୂଜା ପାଇଁ ୧୯ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍

 ପୂଜା ଛୁଟି ସମୟରେ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବତଟ ରେଳପଥ ଏହା ମଧ୍ୟ ଦେଇ ଦେଶର ବିଭିନ୍ନ ପ୍ରାନ୍ତକୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳର ବ୍ୟବସ୍ଥା କରାଯାଇଛି। ଏଥିସହ ନିୟମିତ ଟ୍ରେନଗୁଡିକରେ ମଧ୍ୟ ଅତିରିକ୍ତ ବଗି ସଂଯୋଗ ହେଉଛି। ଫଳରେ ଅଧିକ ବର୍ଥ ସୃଷ୍ଟି କରାଯାଇ ଯାତ୍ରୀମାନଙ୍କୁ ଯାତ୍ରା ସୁବିଧା ପ୍ରଦାନ କରାଯାଇପାରିବ। ଏହି ଟ୍ରେନ ଗୁଡିକ ହେଲା ପୁରୀ-ସନ୍ତ୍ରାଗାଛି(ହାୱଡ଼ା)-ପୁରୀ, ସନ୍ତ୍ରାଗାଛି-ଚେନ୍ନାଇ-ସନ୍ତ୍ରାଗାଛି, ଶାଲିମର-ପୁରୀ-ସନ୍ତ୍ରାଗାଛି, ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ସାପ୍ତାହିକ, ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ଦ୍ବିସାପ୍ତାହିକ, ସମ୍ବଲପୁର-ବନସୱାଡି-ସମ୍ବଲପୁର, ସିଆଲଦା-ପୁରୀ-ସିଆଲଦା, ହବିବଗଞ୍ଜ-ପୁରୀ-ହବିବଗଞ୍ଜ(ଭୋପାଳ), ଭଞ୍ଜପୁର-ପୁରୀ-ଭଞ୍ଜପୁର, ସିକନ୍ଦରାବାଦ-ଗୌହାଟୀ-ସିକନ୍ଦରାବାଦ, କଚେଗୁଡ଼ା-ଟାଟା-କଚେଗୁଡ଼ା(ସିକନ୍ଦରାବାଦ), ଚେନ୍ନାଇ-ଗୌହାଟି-ଚେନ୍ନାଇ, ଚେନ୍ନାଇ-ସନ୍ତ୍ରାଗାଛି-ଚେନ୍ନାଇ, ପୁଡୁଚେରୀ-ସନ୍ତ୍ରାଗାଛି-ପୁଡୁଚେରୀ, ବିଶାଖାପାଟଣା-ଆରକୁ-ବିଶାଖାପାଟଣା, ବିଶାଖାପାଟଣା-ସିକନ୍ଦରାବାଦ-ବିଶାଖାପାଟଣା, ବିଶାଖାପାଟଣା-ତିରୁପତି-ବିଶାଖାପାଟଣା କଚେଗୁଡ଼ା-ଶ୍ରୀକାକୁଲମ-କଚେଗୁଡା ସ୍ୱତନ୍ତ୍ର ଟ୍ରେନ। ଏହାବ୍ୟତୀତ ନିୟମିତ ଯାତାୟାତ କରୁଥିବା ଟ୍ରେନଗୁଡିକ ସହିତ ଭିତ୍ତିଭୂମିର ସୁବିଧା ଦେଖି ପୂଜା ଛୁଟି ଭିଡ଼ ସମୟରେ ବିଭିନ୍ନ ପ୍ରାନ୍ତକୁ ଅଧିକ ଟ୍ରେନ ଚଳାଚଳ ପାଇଁ ମଧ୍ୟ ପୂର୍ବତଟ ରେଳପଥ ପକ୍ଷରୁ ଯୋଜନା କରାଯାଉଛି।

05/10/2019

Leave a Reply

Your email address will not be published. Required fields are marked *

Comments