Bikash Khabar
ମୁଖ୍ୟମନ୍ତ୍ରୀଙ୍କ ସୂଚନା ,ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଆସିବ ଆଇନ

ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକାମ୍ର କ୍ଷେତ୍ର ପରିଦର୍ଶନ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ପରିବେଶ ବୁଲି ଦେଖିବା ପରେ  ସେବାୟତଙ୍କ ସହ ଆଲୋଚନା କରିଥିଲେ ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଏହା ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିପାରିବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ କିଷନ କୁମାର, ବି.ଏମ୍‌.ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ

03/12/2020

Leave a Reply

Your email address will not be published. Required fields are marked *

Comments