Bikash Khabar
ଆଜି ପ୍ରଥମାଷ୍ଟମୀ ; ଜ୍ୟେଷ୍ଠ ସନ୍ତାନ ଙ୍କ ପାଇଁ ସମର୍ପିତ ଦିନ ଟିଏ

ଆଜି ପ୍ରଥମାଷ୍ଟମୀ ଏହା ଓଡ଼ିଶାର ଏକ ଅନନ୍ୟ ପାରମ୍ପରିକ ପର୍ବ ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି ଧରାଯାଇଛି ଏହି ଦିନ ବଂଶର ପ୍ରଥମ ଜାତ ସନ୍ତାନ ବା ଜ୍ୟେଷ୍ଠ ପିଲାଙ୍କର ନବବସ୍ତ୍ର ପରିଧାନ, ବନ୍ଦାପନା ଓ ମିଷ୍ଟାନ୍ନ ଭକ୍ଷଣାଦି ହୁଏଜ୍ୟେଷ୍ଠ ସନ୍ତାନଙ୍କ ବନ୍ଦାପନା ପରେ ପଞ୍ଚପଲ୍ଲବ, ପଞ୍ଚ ଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏଏଣ୍ଡୁରି ପିଠା ହେଉଛି ପ୍ରଥମାଷ୍ଟମୀର ବିଶେଷତ୍ବଛେନା, ନଡ଼ିଆପୁର, ଗୁଡ଼, ଉଆପକ୍ଷିଆ ଚାଉଳ, ହଳଦୀ ପତ୍ର ଏବଂ ବିରିରେ ପିଠା ତିଆରି କରାଯାଏହଳଦୀ ପତ୍ରର ମହମହ ବାସ୍ନାରେ ପିଠାରେ ସୁଆଦ ଅଧିକ ରୁଚିକର ଲାଗେଆଜିର ଦିନ ରେ ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥ ମଧ୍ୟ ପଢୁଆଁ ହୁଅନ୍ତି ମାନବୀୟ ଲୀଳାଖେଳାର ଠାକୁର ଙ୍କ ପାଇଁ ତାଙ୍କ ମାମୁଁ ଘରୁ ନିଆଳି ରୁ ଆସେ ନୁଆଁ ଲୁଗା ଓ ଭାର ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସକାଳୁ ସକାଳୁ ସ୍ନାନ କରାଇ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ପୂଜା କରାଯାଏତା’ର ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେମାନଙ୍କୁ ବନ୍ଦାପନା କରାଯାଏପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I

08/12/2020

Leave a Reply

Your email address will not be published. Required fields are marked *

Comments