Bikash Khabar
ମୋ ସରକାର ରେ କରୋନା

 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି କୋଭିଡ୍ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ମୋ ସରକାରକାର୍ଯ୍ୟକ୍ରମରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି କୋଭିଡ୍ରୋଗୀ ଏବଂ କୋଭିଡ୍ଯୋଦ୍ଧାମାନଙ୍କ ସହିତ ନିୟମିତ ଯୋଗାଯୋଗରେ ରହିବାକୁ ଜିଲ୍ଲା କୋଭିଡ୍ପର୍ଯ୍ୟବେକ୍ଷକ ବରିଷ୍ଠଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରୋଗୀ ଏବଂ କୋଭିଡ୍ଯୋଦ୍ଧାଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ମାସ୍କ ବ୍ୟବହାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ମଧ୍ୟ କୋଭିଡ୍ଯୋଦ୍ଧା ରୋଗୀମାନଙ୍କଠାରୁ ମତାମତ ସଂଗ୍ରହ କରିବେ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ରୋଗୀଙ୍କ ପରିବାରକୁ ରୋଗୀର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେବା, କୋଭିଡ୍ଯୋଦ୍ଧାମାନେ କିପରି ସଂକ୍ରମଣରୁ ସୁରକ୍ଷିତ ରହିବେ ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

08/07/2020

Leave a Reply

Your email address will not be published. Required fields are marked *

Comments