Bikash Khabar
ମୃତକ ଙ୍କ ହେବନି କରୋନା ପରୀକ୍ଷା, ପରିବାର ଲୋକଙ୍କୁ ହସ୍ତାନ୍ତର ହେବ ମୃତଦେହ

ଏଣିକି ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି   ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ମୃତ ରୋଗୀମାନଙ୍କ ପରିବାର ଲୋକେ ଭୋଗୁଥିବା ସମସ୍ୟା କେତେକାଂଶରେ ଲାଘବ ହେବ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଘରୋଇ କୋଭିଡ ଡାକ୍ତରଖାନାମାନଙ୍କ ପାଇଁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି ଯେ ମୃତ୍ୟୁବରଣ କରିଥିବା କୋଭିଡ-୧୯ ପଜିଟିଭ ରୋଗୀଙ୍କ ମୃତ୍ୟୁ ରିପୋର୍ଟ, ବେଡ ଟିକେଟ, ଡାକ୍ତରୀ ତଦନ୍ତ ରିପୋର୍ଟ, କୋଭିଡ ପରୀକ୍ଷା ସ୍ଥିତି ମୃତ୍ୟୁର ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକଙ୍କ ନିକଟରେ ଦାଖଲ କରିବେ ଏହା ସହିତ ରୋଗୀଙ୍କ ଆଡମିଶନ ବେଳେ ତାଙ୍କର ପୂର୍ବ ରୋଗ, ରୋଗୀଙ୍କ ଶରୀରରେ ଥିବା ଲକ୍ଷଣ ସମ୍ପର୍କରେ ସୂଚନା ସଂଗ୍ରହ କରି ରାଜ୍ୟସ୍ତରୀୟ କମିଟି ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି

23/09/2020

Leave a Reply

Your email address will not be published. Required fields are marked *

Comments