Bikash Khabar
ଅମୃତ ଯୋଜନାରେ କେନ୍ଦ୍ରରୁ ମିଳିଛି ୮୮୫ କୋଟି-କେନ୍ଦ୍ରମନ୍ତ୍ରୀ ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ସରକାର ଅମୃତଯୋଜନା ମାଧ୍ୟମରେ ଓଡ଼ିଶାକୁ ୨୦୧୫-୨୦ ମଧ୍ୟରେ ୮୮୫.୫୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହା ଓଡ଼ିଶାରେ ସହରାଞ୍ଚଳ ବିକାଶ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍କରି କହିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ଅଟଳ ମିସନ୍ ଅମୃତଯୋଜନା ମାଧ୍ୟମରେ ଓଡ଼ିଶାର ଭୁବନେଶ୍ବର, ଭଦ୍ରକ, ବାଲେଶ୍ବର, ବ୍ରହ୍ମପୁର, କଟକ, ପୁରୀ, ରାଉରକେଲା ସମ୍ବଲପୁର ପରି ସହରଗୁଡ଼ିକରେ ସହରାଞ୍ଚଳ ଭିତ୍ତିଭୂମିର ଉନ୍ନତୀକରଣ କରାଯାଉଛି। ଏହି ଯୋଜନାରେ ପାନୀୟ ଜଳ ଯୋଗାଣ, ସ୍ବେରେଜ୍, ବର୍ଜ୍ୟ ଜଳ ନିଷ୍କାସନ, ସବୁଜ ପରିବେଶ, ପାର୍କ ଅଣ-ମୋଟର୍ଚାଳିତ ସହରାଞ୍ଚଳ ପରିବହନ ପରି ମୌଳିକ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି। ରାଜ୍ୟ ବାର୍ଷିକ କାର୍ଯ୍ୟ ଯୋଜନା(ସାପ୍) ଅଧୀନରେ ଓଡ଼ିଶା ପାଇଁ ୧୫୯୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଭୁବନେଶ୍ବର ରାଉରକେଲାରେ ସ୍ମାର୍ଟ ସିଟି ମିସନ୍ସହ ସ୍ବୟଂଚାଳିତ ଜଳ ବିଶୋଧନ ପ୍ଲାଣ୍ଟ୍, ପାର୍କର ବିକାଶ, ଜରୁରୀକାଳୀନ ସୌରଚାଳିତ ପମ୍ପ ସ୍ଥାପନ ପରି ପ୍ରକଳ୍ପ ଲୋକଙ୍କ ଆକାଂକ୍ଷାକୁ ପୂରଣ କରୁଛି। ଏହି ଯୋଜନା ଅଧୀନରେ ଓଡ଼ିଶାକୁ ୧୯୧ଟି ପ୍ରକଳ୍ପ ମଞ୍ଜୁର କରାଯାଇଥିବା ବେଳେ ସେଥି ମଧ୍ୟରୁ ୧୫୨ଟି ପ୍ରକଳ୍ପ ସମାପ୍ତ ହୋଇଛି ଅବଶିଷ୍ଟ ୩୯ ପ୍ରକଳ୍ପର କାମ ଜାରି ରହିଛି।

 

14/10/2020

Leave a Reply

Your email address will not be published. Required fields are marked *

Comments