Bikash Khabar
ସହରାଞ୍ଚଳରେ ପଂଚାୟତ ଭଳି ଖୋଲିବ ୱାର୍ଡ ଅଫିସ

ପ୍ରତି ପଞ୍ଚାୟତରେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଭଳି ଏଣିକି ସହରାଞ୍ଚଳର ପ୍ରତି ୱାର୍ଡରେ ୱାର୍ଡ ଅଫିସ କାର୍ଯ୍ୟ କରିବ। ୱାର୍ଡ ବାସିନ୍ଦା ସେମାନଙ୍କ ଅଭିଯୋଗ ଏଠାରେ ଜଣାଇବା ସହ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଏହିଠାରୁ ହିଁ ପାଇବେ। ଏଥିପାଇଁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଥିବା ମୋଟ ୨୦୩୫ଟି ୱାର୍ଡରେ ୱାର୍ଡ ଅଫିସ୍ ଖୋଲିବ। ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୱାର୍ଡ ଅଫିସ ଖୋଲିବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଥିରେ ଭୁବନେଶ୍ବର ମହାନଗର ନିଗମ ଅଧୀନରେ ଖୋଲିଥିବା ୬୭ଟି ୱାର୍ଡ ଅଫିସକୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଛନ୍ତି। ଶନିବାର ଲୋକସେବା ଭବନେର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମେର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୱାର୍ଡ ଅଫିସ ଖୋଲିବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ପରେ କ୍ଷୁଦ୍ର ଜୈବସାର ପ୍ରକ୍ରିୟାକରଣ କେନ୍ଦ୍ର ବା ମ୍ପୋଷ୍ଟ ପ୍ଲାଣ୍ଟ, ବିଡିଏର ଅନଲାଇନ୍ ବିଲଡିଂ ପ୍ଲାନ୍ ଅନୁମୋଦନ ବ୍ୟବସ୍ଥା, ଅନଲାଇନ୍ ବିବାହ ପ୍ରମାଣପତ୍ର ପ୍ରଦାନ ବ୍ୟବସ୍ଥା ଆଦି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହାସହ ପୁରୀର ଫିନ କ୍ଷତିଗ୍ରସ୍ତ କ୍ଷୁଦ୍ର ବ୍ୟବସାୟୀଙ୍କୁ ମଧ୍ୟ ଅନଲାଇନ୍ ଜରିଆରେ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପୁରୀରେ ୪୧୦୩ଜଣ କ୍ଷୁଦ୍ର ବ୍ୟବସାୟୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟରେ ୧୩୬୯ ଜଣଙ୍କୁ ୧୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି।

01/09/2019

Leave a Reply

Your email address will not be published. Required fields are marked *

Comments